• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ନଭେମ୍ବର ୨୦ରୁ ବରଗଡରୁ ଧାନ ସଂଗ୍ରହ

ନଭେମ୍ବର ୨୦ରୁ ବରଗଡରୁ ଧାନ ସଂଗ୍ରହ
Share on FacebookShare on TwitterShare on Whatsapp
-ଡିସେମ୍ବର ୮ରେ ସୋହେଲାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେବ ଚାଷୀ ସମାବେଶ
-ଚାଷୀମାନେ ପାଇବେ ଅତିରିକ୍ତ ୮୦୦ ଟଙ୍କା

ଭୁବନେଶ୍ୱର :13.11.2024

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଲୋକସେବା ଭବନ ଠାରେ ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନାରୁ ଜଣାଯାଇଛି ଯେ, ତ୍ରୁଟିଶୁନ୍ୟ ଧାନ ସଂଗ୍ରହ ପାଇଁ ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲାପାଳ ମାନେ ସମସ୍ତ ପ୍ରସ୍ତୁତି କରିଛନ୍ତି।
ବୈଠକରୁ ଜଣାଯାଇଛି ଯେ, ଆସନ୍ତା ୨୦ ତାରିଖରେ ବରଗଡ ଜିଲ୍ଲାରୁ ଏହି ଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ ହେବ। ୨୨ ତାରିଖରେ ସମ୍ବଲପୁର ଏବଂ ପରେ ରାଜ୍ୟର ସବୁ ଜିଲ୍ଲାରେ ଧାନ ସଂଗ୍ରହ କରାଯିବ । ନଭେମ୍ବର ୨୦ ତାରିଖରୁ ଡିସେମ୍ବର ୭ ତାରିଖ ମଧ୍ୟରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ପ୍ରଦାନ କରାଯିବ।
ଡିସେମ୍ବର ମାସ ୮ ତାରିଖରେ ବରଗଡ ଜିଲ୍ଲା ସୋହେଲା ଠାରେ ଏକ ରାଜ୍ୟ ସ୍ତରୀୟ କୃଷକ ସମାବେଶରେ ମୁଖ୍ୟମନ୍ତ୍ରୀ କୃଷକମାନଙ୍କୁ ଧାନର କୁଇଣ୍ଟାଲ ପିଛା ଅତିରିକ୍ତ ୮୦୦ ଟଙ୍କା ପ୍ରଦାନ କରିବେ। ଡିସେମ୍ବର ୮ ତାରିଖ ଠାରୁ ୨୩୦୦ ଟଙ୍କା ସହିତ ଅତିରିକ୍ତ ୮୦୦ ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ପ୍ରଦାନ କରାଯିବ। କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀମାନଙ୍କୁ ଧାନ ସଂଗ୍ରହ ବ୍ୟବସ୍ଥା ପାଇଁ ନିଆଯାଇଥିବା ସରକାରୀ ପଦକ୍ଷେପ ସମ୍ପର୍କରେ ବିଭିନ୍ନ ସୂଚନା, ଶିକ୍ଷା ଓ ସଂଚାର କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନ କରାଯାଉଛି।

ମୁଖ୍ୟମନ୍ତ୍ରୀ ଏଥିପାଇଁ ଜିଲ୍ଲାପାଳମାନେ ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବାକୁ ପରାମର୍ଶ ଦେଇଥିଲେ। ବିଭିନ୍ନ ଧାନ ମଣ୍ଡିରେ ଗ୍ରେନ ଆନାଲାଇଜର, Quality Analyst, ମଣ୍ଡି ସୁପରଭାଇଜର ଆଦି ମୁତୟନ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଚାଷୀମାନଙ୍କୁ ଟୋକେନ ପ୍ରଦାନ ୧୫ ତାରିଖରୁ ଆରମ୍ଭ ହେବ। ଜିଲ୍ଲାପାଳମାନେ ଚାହିଁଲେ ଟୋକେନର ସମୟସୀମାକୁ ୭ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିପାରିବେ।
ପଡୋଶୀ ରାଜ୍ୟ ସହିତ ଲାଗି ରହିଥିବା ଜିଲ୍ଲା ଗୁଡିକରେ ଯେପରି ବାହାର ରାଜ୍ୟର ଧାନ ନ ପଶିବ ସେଥିପ୍ରତି ଜିଲ୍ଲାପାଳମାନେ ପ୍ରତ୍ୟକ୍ଷ ଭାବେ ନଜର ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସୀମାବର୍ତ୍ତୀ ଅଞ୍ଚଳରେ କ୍ୟାମେରା ସଂଯୁକ୍ତ ଥିବା ଯାନ ମାଧ୍ୟମରେ ପେଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରିବା ଏବଂ ମଣ୍ଡିଗୁଡିକରେ ସିସିଟିଭି ଲଗାଇବା ସହ କଟନି-ଛଟନିକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଖାଦ୍ୟ ଯୋଗାଣ ବିଭାଗ ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ଏବଂ ସମବାୟ ବିଭାଗର ସଚିବ ରାଜେଶ ପ୍ରଭାକର ପାଟିଲ ନିଜ ନିଜ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲାସ୍ତରରେ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।

ଆଲୋଚନାରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଖାଦ୍ୟ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢୀ ପ୍ରମୁଖ ଯୋଗଦେଇଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com