• About
  • Contact
Friday, February 6, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

୨୦୨୬-୨୭ ବଜେଟକୁ ଲୋକଙ୍କ ବଜେଟ ଭାବେ ପ୍ରସ୍ତୁତ କରାଯିବ- ମୁଖ୍ୟମନ୍ତ୍ରୀ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୫/୨-ଜନସାଧାରଣଙ୍କ ଠାରୁ ସେମାନଙ୍କ ବହୁମୂଲ୍ୟ ମତାମତ ଆହ୍ୱାନ କରି ଅନୁଧ୍ୟାନ ଓ ତର୍ଜମା ପରେ ବଜେଟରେ ସ୍ଥାନିତ କରାଯାଉଛି। ଏହା ସବୁ ଦୃଷ୍ଟିରୁ ଲୋକଙ୍କ ବଜେଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପ୍ରାକ୍ ବଜେଟ ପରାମର୍ଶ ସଭା ଅବସରରେ କହିଛନ୍ତି । ଲୋକସେବା ଭବନ କନଭେନସନ୍ ହଲ ଠାରେ ଆୟୋଜିତ ପ୍ରାକ୍ ବଜେଟ ପରାମର୍ଶ ସଭା ବୈଠକରେ ମୁଖ୍ୟମନ୍ତ୍ରୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ।

ନିକଟରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଶ୍ରୀ ଜଗନ୍ନାଥ ଦର୍ଶନ କାର୍ଯ୍ୟକ୍ରମ, କଟକ-ଭୁବନେଶ୍ୱର-ପାରାଦୀପ-ପୁରୀ ଅର୍ଥନୈତିକ କରିଡର ପରିକଳ୍ପନା ଜନମତରୁ ଆସିଥିବା ସେ କହିଥିଲେ। ୨୦୨୬-୨୭ ବଜେଟ ପ୍ରସ୍ତୁତି ପାଇଁ ୱେବ୍ ପୋର୍ଟାଲ, ଇ-ମେଲ, ଏସ୍‌.ଏମ୍‌.ଏସ୍‌., ୱାଟସଅପ୍ ଜରିଆରେ ବହୁ ସଂଖ୍ୟାରେ ସୁଚିନ୍ତିତ ମତାମତ ଆସିବାରେ ଲାଗିଛି। ଲୋକଙ୍କ ସରକାରରେ ଲୋକଙ୍କ ମତାମତକୁ ଗୁରୁତ୍ୱ ଦିଆଯିବ ଏବଂ ଲୋକଙ୍କ ଆବଶ୍ୟକତା ଅନୁଯାୟୀ ଯୋଜନା ପ୍ରସ୍ତୁତ କରାଯିବ। ଏହି ବୈଠକରୁ ଯେଉଁ ସବୁ ସୁଚିନ୍ତିତ ପରାମର୍ଶ ମିଳିଛି, ବିଭାଗ ତାକୁ ରେକର୍ଡ କରି ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।
ବୈଠକରେ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼େଇ, ନିରଞ୍ଜନ ପୂଜାରୀ, ପୂର୍ବତନ ଅର୍ଥ ସଚିବ ଅର୍ଦ୍ଧେନ୍ଦୁ ଷଡ଼ଙ୍ଗୀ, ଏ.କେ. ତ୍ରିପାଠୀ, ଆର,ଏନ୍‌. ସେନାପତି, ଓଡ଼ିଶା ବ୍ୟବସାୟୀ ମହାସଂଘ, ଓଡ଼ିଶା ଯୁବ ଉଦ୍ୟୋଗୀ ସଂଘ, ବରିଷ୍ଠ ରାଜନେତାଙ୍କ ସମେତ ବିଭିନ୍ନ କ୍ଷେତ୍ରର ପ୍ରାୟ ୫୦ରୁ ଉର୍ଦ୍ଧ୍ୱ ବିଶିଷ୍ଟ ବ୍ୟକ୍ତି ଏହି ବୈଠକରେ ଅଂଶଗ୍ରହଣ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ

by ସଂକ୍ଷିପ୍ତ ଖବର
February 5, 2026

ଭୁବନେଶ୍ୱର:୫/୨-ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସାରା ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯିବ। ଏପ୍ରିଲ ମାସ ୧ ତାରିଖ ଓଡ଼ିଶା...

Read more

ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା

February 5, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରି ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

February 4, 2026

ଓଡ଼ିଆ ଅସ୍ମିତାର ଯୁଗ ପୁରୁଷ ଥିଲେ ମଧୁବାବୁ

February 4, 2026

ଇନ୍ଫୋସିଟି ଛକରେ ପଥ ଉତ୍ସବ

February 3, 2026

ମା’ ତାରା ତାରିଣୀଙ୍କ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ

February 3, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com