• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଘୂର୍ଣ୍ଣିବଳୟ ‘ମନ୍ଥା’ ପାଇଁ ଆଲର୍ଟରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ

Share on FacebookShare on TwitterShare on Whatsapp

ଜରୁରୀକାଳୀନ କାର୍ଯ୍ୟରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର:୨୫/୧୦-ଘୂର୍ଣ୍ଣିବଳୟ ‘ମନ୍ଥା’ର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ରସ୍ତୁତି ବ୍ୟବସ୍ଥା ତ୍ୱରାନ୍ୱିତ କରିଛି। ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ‘ମନ୍ଥା’ କୁ ଦୃଷ୍ଟିରେ ରଖି ଜରୁରୀକାଳୀନ କାର୍ଯ୍ୟରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରିଛି ଗୃହ ଓ ନଗର ଉନ୍ନୟନ ବିଭାଗ। ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସମସ୍ତ ଅଧିକାରୀଙ୍କୁ ସେମାନଙ୍କ ଷ୍ଟେସନ ନ ଛାଡିବାକୁ ଏବଂ ସମ୍ପୂର୍ଣ୍ଣ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମନ୍ତ୍ରୀଙ୍କ ପରାମର୍ଶ କ୍ରମେ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) କୁ ପ୍ରଭାବୀ ଘୂର୍ଣ୍ଣିବଳୟ ପ୍ରସ୍ତୁତି ଏବଂ ପ୍ରତିକ୍ରିୟା ସୁନିଶ୍ଚିତ କରିବାକୁ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରିଛି।

ଏ ନେଇ ବିଭାଗୀୟ ପ୍ରମୁଖ ସଚିବ ଉଷା ପାଢୀ ରାଜ୍ୟର ସମସ୍ତ ମହାନଗର ନିଗମର କମିଶନର ଓ ମୁନିସିପାଲିଟି ଏବଂ ଏନ୍ ଏ ସିର କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ପତ୍ର ଲେଖି ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ ସମସ୍ତ ପ୍ରକାର ପ୍ରସ୍ତୁତି କରିବାକୁ ପରାମର୍ଶ ଦେଇଛନ୍ତି । ସହରାଞ୍ଚଳର ସମସ୍ତ ଜଳାବଦ୍ଧ ଅଞ୍ଚଳ ଚିହ୍ନଟ ଓ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ଆଲର୍ଟ ରଖାଯାଇଥିବା ବେଳେ ରନ୍ଧାଯାଇଥିବା ଖାଦ୍ୟ ଓ ନିରାପଦ ପାନୀୟ ଜଳର ବ୍ୟବସ୍ଥା କରାଯାଉଛି। ଜଳ ଯୋଗାଣ ବ୍ୟବସ୍ଥାକୁ କାର୍ଯ୍ୟକ୍ଷମ ରଖିବା ସହ ଡିଜି ସେଟ୍ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଉପକରଣର ପ୍ରସ୍ତୁତି ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ନାଗରିକଙ୍କ ସୁରକ୍ଷା ଓ କଲ୍ୟାଣ ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ସେ କହିଛନ୍ତି। ସମସ୍ତ ୟୁଏଲବିକୁ ହାଇ ଆଲର୍ଟରେ ରହିବାକୁ ଏବଂ ତୁରନ୍ତ ପ୍ରତିଷେଧକ ଓ ରିଲିଫ୍ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ପରିସ୍ଥିତିର ନିରନ୍ତର ତଦାରଖ କରିବା ସହ ଠିକ୍ ସମୟରେ ଓ ପ୍ରଭାବଶାଳୀ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ଜରୁରୀକାଳୀନ ଅପରେସନ୍ ସେଣ୍ଟର ସହ ସମନ୍ୱୟ ରକ୍ଷା କରୁଛି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com