• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home More

ଗୋ-ସୁରକ୍ଷା ପାଇଁ ମୋହନଙ୍କ କଡା ଆଭିମୁଖ୍ୟ

ଗୋ-ସୁରକ୍ଷା ପାଇଁ ମୋହନଙ୍କ କଡା ଆଭିମୁଖ୍ୟ
Share on FacebookShare on TwitterShare on Whatsapp

ଆବଶ୍ୟକ ସ୍ଥଳେ କଠୋର ପଦକ୍ଷେପ ନିଆଯିବ
ରାଜ୍ୟରେ ଗୋଚର ଜମିକ ଜବର ଦଖଲ ମୁକ୍ତ କରାଯିବ

ଭୁବନେଶ୍ୱର 8 ନଭେମ୍ବର 2024

ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋସମ୍ପଦର ଅବଦାନ ଅତି ଗୁରୁତ୍ବପୂର୍ଣ୍ଣ । ପୁରାଣ ଶାସ୍ତ୍ର ଅନୁଯାୟୀ ଗୋ ମାତାଙ୍କ ଠାରେ ତେତିଶ କୋଟି ଦେବାଦେବୀ ବାସ କରନ୍ତି। ସେଥିପାଇଁ କୁହାଯାଇଛି ଗୋମାତାଙ୍କ ପୂଜା କରିବା ଅର୍ଥ ଦେବତାଙ୍କୁ ସନ୍ତୁଷ୍ଟ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପୁରୀ ହରିହରାନନ୍ଦ ଗୁରୁକୁଳମ୍‌ଠାରେ ଆୟୋଜିତ ଗୋ-ନବରାତ୍ର ମହୋତ୍ସବରେ କହିଛନ୍ତି।

ସୂଚନାଯୋଗ୍ୟ ଯେ ଗୁରୁ ଗୋବିନ୍ଦ ଗୋ ସେବାଶ୍ରମ, ଓଡିଶା ଗୋ ସେବା ସମିତି ହରିହରାନନ୍ଦ ଗୁରୁକୁଳମ୍‌ ପକ୍ଷରୁ ପୁରୀ ଠାରେ ଚଳିତ ମାସ ୨ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଗୋ ନବରାତ୍ର ମହୋତ୍ସବ ଆୟୋଜନ ହୋଇଛି। ମୁଖ୍ୟମନ୍ତ୍ରୀ ଏହି ମହୋତ୍ସବରେ ଉଦ୍‌ବୋଧନ ଦେଇ କହିଥିଲେ ଯେ କେଉଁ ଆବାହମାନ କାଳରୁ ଆମ ସଂସ୍କୃତି ଓ ପରମ୍ପରାରେ ଗୋ ବଂଶର ଏକ ଅଲଗା ମହତ୍ତ୍ୱ ରହିଛି। ପ୍ରଚୀନ କାଳରେ ଗୋ ମାତାଙ୍କ ସ୍ଥାନ କୌଣସି ରତ୍ନଠୁ କମ୍ ନଥିଲା। ଗୋମାତା, ଗଙ୍ଗା, ଗୀତା, ଗାୟତ୍ରୀ ଓ ଗୁରୁ ହେଉଛନ୍ତି ଆମ ସଭ୍ୟତା ଓ ସଂସ୍କୃତିର ପ୍ରତୀକ। ବୈଜ୍ଞାନିକ ଗବେଷଣାରୁ ଜଣାଯାଇଛି ଯେ ଗାଈର କ୍ଷୀର, ଗୋମୂତ୍ର ଓ ଗୋବରର ଔଷଧୀୟ ତତ୍ତ୍ୱ ରହିଛି। ଆମର ଏହି ଅମୂଲ୍ୟ ସମ୍ପଦର ସୁରକ୍ଷା ଓ ମହାତ୍ମ୍ୟ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଶ୍ରୀକ୍ଷେତ୍ର ପୁରୀଠାରେ ଆୟୋଜିତ ଏହି ନବରାତ୍ର ମହୋତ୍ସବ ଗୋସେବା କ୍ଷେତ୍ରରେ ଓଡିଶାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଏକ ମହାନ୍ ପ୍ରଚେଷ୍ଟା। ଗୋପାଳନ, ଗବ୍ୟ ପଦାର୍ଥର ଉପଯୋଗୀତା, ଗୋ ସମ୍ପର୍ଦ୍ଧନା, ଗୋ ସୁରକ୍ଷା ଓ ସଂରକ୍ଷଣ ଏବଂ ଗୋ ଆଧାରିତ ଜୈବିକ କୃଷି ଆଦି ବିଷୟ ବସ୍ତୁ ଉପରେ ଆଧାରିତ ଏହି କାର୍ଯ୍ୟକ୍ରମ ଲୋକମାନଙ୍କୁ ଜାଗୃତ କରିଛି। ଯାହା ଫଳରେ ଆଜି ହଜାର ହଜାର ଲୋକ ଗୋସେବା କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ପୂଜ୍ୟ ଗୁରୁଜୀ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜଙ୍କ ପୌରହିତ୍ୟରେ ଓଡିଶାରେ ପ୍ରଥମ କରି ଏହି ଗୋ ସେବା ଜାଗରଣ ଯାତ୍ରା ଆରମ୍ଭ ହୋଇଥିଲା। ଗୁରୁଜୀଙ୍କ ନେତୃତ୍ୱରେ ଓଡିଶାର ୯୦ଟି ସ୍ଥାନରେ ଗୋ ଜାଗରଣ ଯାତ୍ରା ଅନୁଷ୍ଠିତ ହୋଇଛି। ଗୁରୁଜୀଙ୍କ ଏହି ଉଦ୍ୟମ ବଳରେ ଗୋସେବା କ୍ଷେତ୍ରରେ ବ୍ୟାପକ ଜନ ସଚେତନତା ସୃଷ୍ଟି ହୋଇଛି।

ଗୋମାତା ଏବଂ ଗୋ ସମ୍ପଦର କେବଳ ସାମାଜିକ ଓ ଧର୍ମୀୟ ମହତ୍ବ ନାହିଁ ଏହାର ଅର୍ଥନୈତିକ ପ୍ରାସଙ୍ଗିକତା ମଧ୍ୟ ରହିଛି। ଆମ ଦେଶର ଗ୍ରାମୀଣ ଅର୍ଥନୀତିର ବିକାଶରେ ଗୋସମ୍ପଦର ବହୁଳ ପ୍ରଭାବ ରହିଛି।
ସେ କହିଥିଲେ ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋସମ୍ପଦର ବୃଦ୍ଧି ଓ ସୁରକ୍ଷାକୁ ଗୁରୁତର ସହିତ ନେଉଛନ୍ତି। ଆମ ସରକାର ଏହି ଆଭିମୁଖ୍ୟ ଅନୁସାରେ ସ୍ପଷ୍ଟତାର ସହ କାର୍ଯ୍ୟ କରୁଛନ୍ତି। ଗୋସୁରକ୍ଷା ପାଇଁ ଆବଶ୍ୟକ ସ୍ଥଳେ ଆଇନ ଅନୁଯାୟୀ କଠୋରରୁ କଠୋର ପଦକ୍ଷେପ ନିଆଯିବ। ରାଜ୍ୟରେ ଗୋଚର ଜମିକୁ ଜବର ଦଖଲ ମୁକ୍ତ କରାଯିବ। ଓଡିଶାରେ ଦୁଗ୍ଧର ଚାହିଦା ଓ ଦୁଗ୍ଧ ଉପଲବ୍ଧତାକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ଆମ ସରକାର ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଆରମ୍ଭ କରିଛନ୍ତି। ଏଥିରେ ପ୍ରତି ବର୍ଷ ୨ହଜାର ହିତାଧିକାରୀଙ୍କୁ ଦୁଇ ଗୋଟି ଲେଖାଏ ଗାଈ , ୨୦ହଜାର ଦୁଗ୍ଧ ଚାଷୀଙ୍କୁ ରିହାତି ଦରରେ ବାଛୁରୀ ଖାଦ୍ୟ ଯୋଗାଣ, ଦୁଧିଆଳୀ ଗାଈଙ୍କ ବୀମା ପାଇଁ ସହାୟତା ଆଦି ରହିଛି। କେବଳ ଗୋ ପାଳନ ନୁହେଁ ଗୋ ସୁରକ୍ଷା ମଧ୍ୟ ଆମ ସରକାରଙ୍କ ପ୍ରାଥମିକତା। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାୟ ୧୦୦ଟି ଗୋଶାଳ କାର୍ଯ୍ୟକ୍ଷମ ଅଛି ଏବଂ ଏହି ସବୁ ଗୋଶାଳାରେ ଅବହେଳିତ ଗୋ ସମ୍ପଦଙ୍କୁ ଉଦ୍ଧାର କରି ଚିକିତ୍ସା କରି ଯତ୍ନ ନିଆଯାଉଛି। ଏଗୁଡିକର ଖର୍ଚ୍ଚ ଗୋଶାଳା ମାନେ ନିଜେ ଯୋଗାଡ କରୁଛନ୍ତି। ସରକାରୀ ସହାୟତା ମଧ୍ୟ ଦିଆଯାଉଛି। ଆମକୁ ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ପଡିବ। ମୁଖ୍ୟମନ୍ତ୍ରୀ ହରିହରାନନ୍ଦ ଗୁରୁକୁଳମ୍‌ରେ ପ୍ରତିଷ୍ଠା ହୋଇଥିବା ଗୋଶାଳାର ଗୋଟିଏ ଗୋମାତାଙ୍କ ସେବା ପାଇଁ ବ୍ୟକ୍ତିଗତ ଭାବେ ଏକ ବର୍ଷର ଗୋଖାଦ୍ୟର ସହଯୋଗ କରିବେ ବୋଲି ଘୋଷଣା କରିବା ସହିତ ସମସ୍ତଙ୍କୁ ଗୋଟିଏ ଗୋଟିଏ ଗୋମାତାଙ୍କୁ ଆଡପ୍ଟ କରି ତାଙ୍କ ଖାଦ୍ୟ ନିମନ୍ତେ ଯୋଗଦାନ ଦେଇ ଗୋଶାଳା ଗୁଡିକୁ ସହାୟତା କରିବା ପାଇଁ ଆହ୍ୱାନ କରିଥିଲେ। ଏହି ଅବସ ରେ ମୁଖ୍ୟମନ୍ତ୍ରୀ ଆୟୋଜିତ ପୁଜାରେ ଯୋଗଦେବା ସହ ଗୋଶାଳା ବୁଲି ଦେଖିଥିଲେ।
କାର୍ଯ୍ୟକ୍ରମରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ , ପରମହଂସ ପ୍ରଜ୍ଞାନା ନନ୍ଦ ମହାରାଜ ଓ ସ୍ଵାମୀ ଦୀନବନ୍ଧୁ ଦାସ ମହାରାଜ ଗୋ-ମହିମା ବିଷୟରେ କହିଥିଲେ।
ସୂଚନାଯୋଗ୍ୟଯେ ରାଜ୍ୟରେ ଗୋ ସମସ୍ୟାର ସମାଧାନ କିଭଳି ହେଉଛି ତାହା ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱରର ରାସ୍ତାଘାଟରୁ ଉପଲବ୍ଧି କରିପାରିବେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com