• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ବଡ଼ ମେଡ଼ିକାଲରେ ହେବ ୧୭ ମହଲା ପାର୍କିଂ

Share on FacebookShare on TwitterShare on Whatsapp

-ରାଜ୍ୟର ୭ଟି ମେଡିକାଲ କଲେଜ କ୍ୟାମ୍ପସରେ
-ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ

ଭୁବନେଶ୍ୱର:୨୩/୧୨-ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହି ଅବସରରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ(ବଡ଼ ମେଡ଼ିକାଲ) କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ରାଜ୍ୟର ସର୍ବବୃହତ ମେଡିକାଲ କଲେଜ ହିସାବରେ ଏଠାକୁ ପ୍ରତିଦିନ ହଜାର ହଜାର ରୋଗୀ ଓ ସେମାନଙ୍କର ସମ୍ପର୍କୀୟମାନେ ଆସିଥାନ୍ତି। ଏହି ମେଡିକାଲ କଲେଜକୁ ଏକ ବିଶ୍ୱସ୍ତରୀୟ ମେଡିକାଲ କଲେଜ ରୂପେ ବିକଶିତ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ସେଥିପାଇଁ ଆବଶ୍ୟକୀୟ ପାର୍କିଂ ସୁବିଧା ଉପରେ ବୈଠକରେ ଆଲୋଚନା ହୋଇଥିଲା।


ବୈଠକରୁ ଜଣାଯାଇଛି ଯେ, ଏସ୍‌.ସି.ବି ମେଡିକାଲ କଲେଜରେ ୬.୫୧ ଏକର ପରିମିତ ଅଞ୍ଚଳରେ ୧୭ ମହଲା (ଏ+୧୬) ବିଶିଷ୍ଟ ଏକ ମଲ୍‌ଟି ଲେଭଲ୍ ପାର୍କିଂ ସୁବିଧା ବିକଶିତ କରାଯିବ। ପାର୍କିଂ ସୁବିଧା ଉଭୟ ଏସ୍‌.ସି.ବି ଓ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲକୁ ଆସୁଥିବା ରୋଗୀ ଓ ଆଟେଣ୍ଡାଣ୍ଟମାନେ ବ୍ୟବହାର କରିପାରିବେ। ଏହି ବିଲ୍‌ଡିଂରେ ୧୨ ମହଲା ପର୍ଯ୍ୟନ୍ତ ପାର୍କିଂ ସୁବିଧା ଏବଂ ଅବଶିଷ୍ଠ ମହଲା ଗୁଡିକରେ ପ୍ରଶାସନିକ ବ୍ଲକ, ଆନାଟୋମୀ ବ୍ଲକ, ବି. ଫାର୍ମା ଏବଂ ଡି. ଫାର୍ମା କଲେଜ ଇତ୍ୟାଦି କାର୍ଯ୍ୟକ୍ଷମ ହେବ।
ଏଥିସହିତ ମେଡିକାଲ ଛାତ୍ରମାନଙ୍କୁ ଚାପମୁକ୍ତ ରଖିବା ପାଇଁ ଇଣ୍ଡୋର ଗେମ୍‌, ସୁଇମିଂ ପୁଲ୍ ସୁବିଧା ମଧ୍ୟ ଉପଲବ୍ଧ କରାଯିବ। ଏଥିନିମନ୍ତେ ଖୁବଶୀଘ୍ର ଡିପିଆର ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏସ୍‌ସିବି ନିକଟରେ ୧୩ ଗୋଟି ହାଉସିଂ ଟାୱାର କାମ ନିର୍ମାଣଧୀନ ରହିଛି। ଯେଉଁଥିରେ ୬୭୨ଟି ଆବାସିକ ୟୁନିଟ ଓ ୨,୨୪୪ ଛାତ୍ରଛାତ୍ରୀଙ୍କ ପାଇଁ ହଷ୍ଟେଲ ସୁବିଧା କରାଯାଉଛି। ଏହି ପ୍ରକଳ୍ପ ବିଷୟରେ ମୁଖ୍ୟମନ୍ତ୍ରୀ ସବିସ୍ତୃତ ଆଲୋଚନା କରି ଏହାର ନିର୍ମାଣକାର୍ଯ୍ୟ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ପୁନଃ ବିକାଶ କାର୍ଯ୍ୟ ଉପରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।
ପାଣିକୋଇଲି ଟ୍ରମା କେୟାର ସେଣ୍ଟରକୁ ଖୁବଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁଏହାକୁ ପିପିପି ମୋଡରେ କରିବାକୁ ସେ ପରାମର୍ଶ ଦେଇଛନ୍ତି। ହସ୍ପିଟାଲ ପରିଚାଳନା କ୍ଷେତ୍ରରେ ଅଭିଜ୍ଞତା ଥିବା କେନ୍ଦ୍ର ସରକାରଙ୍କ ପିଏସୟୁକୁ ଏକ୍ଷେତ୍ରରେ ପ୍ରାଥମିକତା ଦିଆଯାଉ, ଆବଶ୍ୟକସ୍ଥଳେ ଘରୋଇ କ୍ଷେତ୍ରକୁ ମଧ୍ୟ ଏଥିରେ ସାମିଲ କରିବା ପାଇଁ ସେ କହିଥିଲେ। ଏଥିସହିତ ରାଜ୍ୟର କଟକ, ବ୍ରହ୍ମପୁର, ବୁର୍ଲା, ସୁନ୍ଦରଗଡ, କୋରାପୁଟ, ବାରିପଦା ଓ ବଲାଙ୍ଗିରରେ ଥିବା ସରକାରୀ ମେଡିକାଲ କଲେଜ କ୍ୟାମ୍ପସରେ ଆଟେଣ୍ଡାଣ୍ଟଙ୍କ ପାଇଁ ବିଶ୍ରାମ ଗୃହ ନିର୍ମାଣ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com