• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଭୁବନେଶ୍ୱରର ଟ୍ରାଫିକ ଭିଡ ହ୍ରାସ ପାଇଁ ୭ହଜାର କୋଟି ଟଙ୍କାର ଯୋଜନା

Share on FacebookShare on TwitterShare on Whatsapp

ମା’ ତାରିଣୀଙ୍କ ମନ୍ଦିରର ବିକାଶ ଓ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ

ଭୁବନେଶ୍ୱର:31/1-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ରାଜ୍ୟ ସରକାରଙ୍କ ପକ୍ଷରୁ ପରିକଳ୍ପିତ ବିଭିନ୍ନ ନୂତନ ପ୍ରକଳ୍ପ ଗୁଡିକ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ବଜେଟ ପରିମାଣର ୭୨ ପ୍ରତିଶତ ଖର୍ଚ୍ଚ ହୋଇଥିବା ବେଳେ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଶତ ପ୍ରତିଶତ ଖର୍ଚ୍ଚ କରିବା ପାଇଁ ସେ କହିଛନ୍ତି।

ବୈଠକରେ ଭୁବନେଶ୍ୱରର ସମନ୍ୱିତ ବିକାଶ ଯୋଜନା ସହିତ ଟ୍ରାଫିକ୍ ଭିଡ ହ୍ରାସଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଆଲୋଚନାରୁ ଜଣାଯାଇଛି ଯେ, ଏଥିପାଇଁ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର, ପଟିଆ ଷ୍ଟେସନ ଛକରୁ ସୁଆଙ୍ଗ ମୌଜା ପର୍ଯ୍ୟନ୍ତ ଦୟା ୱେଷ୍ଟ କେନାଲ ରାସ୍ତା ନିର୍ମାଣ, ସୁନ୍ଦରପଦାରୁ ଜଟଣୀ ରାସ୍ତାର ପ୍ରଶସ୍ତୀକରଣ ଏବଂ କଳ୍ପନା ଛକ, ମ୍ୟୁଜିୟମ ଓ ଶିଶୁଭବନ ଛକରେ ୩ଟି ଫ୍ଲାଏ ଉଭର ସହିତ ଏଜି ଛକରେ ଏକ ଅଣ୍ଡରପାସ ନିର୍ମାଣ ପାଇଁ ଯୋଜନା ରଖାଯାଇଛି। ସେହିପରି ଇନଷ୍ଟିଚ୍ୟୁଟ ଅଫ୍ ମ୍ୟାଥ୍‌ମେଟିକସ୍ରୁ ପଥର ଗାଡିଆ- ଉତ୍କଳ ହସ୍ପିଟାଲ- ରେଲ୍ ବିହାର ଦେଇ ଏକାମ୍ର କାନନ ପର୍ଯ୍ୟନ୍ତ ଲେଫ୍ଟ ପାରାଲେଲ୍ ରୋଡ୍ କାମ ମଧ୍ୟ ଜାରି ରହିଛି। ଡମଣାରୁ ପ୍ରେସ୍ ଛକ, କଳା ରାହାଙ୍ଗରୁ ବାରିମୁଣ୍ଡ ଓ କେଳୁଚରଣ ପାର୍କରୁ ବାରିମୁଣ୍ଡ ପର୍ଯ୍ୟନ୍ତ ୩ଟି ରାଇଟ୍ ଆକ୍‌ସେସ୍ ରୋଡ୍ ନିର୍ମାଣର ଯୋଜନା ରଖାଯାଇଛି। ଏହା ସହିତ ଏକ ଇନର୍ ରିଙ୍ଗ୍ ରୋଡ୍ ମଧ୍ୟ ନିର୍ମାଣ କରାଯିବ। ସମ୍ପୂର୍ଣ୍ଣ ଯୋଜନା ପାଇଁ ପ୍ରାୟ ୭ ହଜାର କୋଟି ଟଙ୍କା ବିନିଯୋଗ କରାଯିବ।

ଏଥି ମଧ୍ୟରୁ ଡମଣା ଛକରୁ ପ୍ରେସ୍ ଛକ ରାସ୍ତା କାମ ସରିଥିବା ବେଳେ ସୁନ୍ଦରପଦା-ଜଟଣୀ ରୋଡ୍ ଓ ଲେଫ୍ଟ ପାରାଲେଲ୍ ରୋଡ୍ କାମ ଜାରି ରହିଛି। ବାକି ସବୁ କାମର ତୁରନ୍ତ ବିସ୍ତୃତ ପ୍ରକଳ୍ପ ରିପୋର୍ଟ ତୁରନ୍ତ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଭୁବନେଶ୍ୱର ପାଇଁ ୬୪ କିଲୋମିଟର ବିଶିଷ୍ଟ ଏକ ଇନର୍ ରିଙ୍ଗ୍ ରୋଡ୍ କରାଯିବ। ଏଥିରେ ତମାଣ୍ଡୋରୁ ପାଇକରାପୁର ଏବଂ ଧଉଳିରୁ ତମାଣ୍ଡୋ ପର୍ଯ୍ୟନ୍ତ ୬ ଲେନ୍ ବିଶିଷ୍ଟ ରାସ୍ତା ନିର୍ମାଣ ହେବ।

ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ। ଏଥିପାଇଁ ସମୁଦାୟ ୬,୧୫୨ କୋଟି ଟଙ୍କା ବିନିଯୋଗ କରାଯିବ। ଏହା ଦ୍ୱାରା ସହରର ସଂପ୍ରସାରଣ ହେବା ସହିତ ଯୋଗାଯୋଗର ସୁବିଧା ବଢିବ । ଅର୍ଥନୈତିକ ଅଭିବୃଦ୍ଧି ସହିତ ପର୍ଯ୍ୟଟନ ବୃଦ୍ଧି ହେବ ଓ ଉତ୍ତମ ପରିବେଶ ମଧ୍ୟ ସୃଷ୍ଟି ହେବ।

ରାଜ୍ୟର ଚାରିପାର୍ଶ୍ୱକୁ ଏକ ଗ୍ରାଣ୍ଡ ରିଙ୍ଗ୍ ରୋଡ୍ ମାଧ୍ୟମରେ ଯୋଡିବା ପାଇଁ ଯେଉଁ ଲକ୍ଷ୍ୟ ରଖା ଯାଇଛି, ତାହାର ପ୍ରାଥମିକ ପର୍ଯ୍ୟାୟରେ ବ୍ରହ୍ମପୁରରୁ ଜୟପୁର ପର୍ଯ୍ୟନ୍ତ ୨୮୭ କିଲୋମିଟର ଏକ ସଡକ ନିର୍ମାଣ କରାଯିବ। ଏଥିରେ ୪ଟି ଟନେଲ୍ ରହିବ। କେନ୍ଦୁଝର ମା’ ତାରିଣୀଙ୍କ ମନ୍ଦିରର ବିକାଶ ଓ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ବୈଠକର ଆଲୋଚନାରୁ ଜଣା ଯାଇଛି । ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରି ସମୟସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ବଡବିଲ୍ ରିଙ୍ଗ୍ ରୋଡ୍, ଭୁବନେଶ୍ୱର ୟୁନିଟ୍-୨ ଅଞ୍ଚଳର ବିକାଶ ଓ ଅନ୍ୟାନ୍ୟ ପ୍ରକଳ୍ପ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ପୂର୍ତ୍ତମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com