• About
  • Contact
Sunday, June 8, 2025
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ରାଜ୍ୟବାସୀ ପ୍ରସ୍ତୁତ କରିବେ
ବିକଶିତ ଓଡିଶାର ରୂପରେଖ -ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀ ପ୍ରସ୍ତୁତ କରିବେବିକଶିତ ଓଡିଶାର ରୂପରେଖ -ମୁଖ୍ୟମନ୍ତ୍ରୀ
Share on FacebookShare on TwitterShare on Whatsapp

ଭୁବନେଶ୍ୱର:୩୦.୧୦.୨୦୨୪

-୨୦୩୬ରେ ଗଠନ ହେବ ସମୃଦ୍ଧ ଓଡିଶା,
-୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଓଡିଶାର ରହିବ ମହତ୍ତ୍ୱପୂର୍ଣ୍ଣ ଅବଦାନ
-ୱେବ୍ ପୋର୍ଟାଲ, ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର:୩୦.୧୦.୨୦୨୪

୨୦୩୬ରେ ଗଠିତ ହେବ ସମୃଦ୍ଧ ଓଡିଶା। ୨୦୪୭ର ବିକଶିତ ଭାରତ ପାଇଁ ଓଡିଶାର ରହିବ ମହତ୍ତ୍ୱପୂର୍ଣ୍ଣ ଅବଦାନ। ଏହି ଲକ୍ଷ୍ୟ ହାସଲ ପାଇଁ ଏକ ଭିଜନ ଡକୁମେଣ୍ଟ ପ୍ରସ୍ତୁତ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏହି ଭିଜନ୍ ଡକୁମେଣ୍ଟ ପାଇଁ ଏକ ୱେବ ପୋର୍ଟାଲ ଉନ୍ମୋଚନ କରି ଜନସାଧାରଣଙ୍କୁ ଏଥିପାଇଁ ସୁଚିନ୍ତିତ ମତାମତ ଦେବା ପାଇଁ ଆହ୍ୱାନ ଦେଇଛନ୍ତି।
ଏହି ୱେବ୍ ପୋର୍ଟାଲ ହେଉଛି- https://vision.odisha.gov.in/। ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ମିଳିତ ପ୍ରଚେଷ୍ଟାରେ ଏହି ୱେବ୍ ପୋର୍ଟାଲ ପ୍ରସ୍ତୁତ କରାଯାଇଛି।
ଜନସାଧାରଣ ଏହି ୱେବ ପୋର୍ଟାଲ ସହିତ ହ୍ୱାଟସ୍ ଆପ୍ ଚାଟ୍ ବଟ୍ +୯୧ ୬୩୭୦୯୫୧୯୨୦, e-mail vision@odisha.gov.in ଜରିଆରେ ରାଜ୍ୟ ସରକାରଙ୍କୁ ଆଜି ଠାରୁ ତିନି ସପ୍ତାହ ମଧ୍ୟରେ ପ୍ରସ୍ତାବ ପଠାଇପାରିବେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକଶିତ ଓଡିଶା ଗଠନ ପାଇଁ ଆମେ ଯେଉଁ ଭିଜନ୍ ଡକୁମେଣ୍ଟ ପ୍ରସ୍ତୁତ କରିବାକୁ ଯାଉଛୁ, ତାହା ଲୋକଙ୍କ ମତାମତ ଆଧାରରେ ହିଁ ପ୍ରସ୍ତୁତ ହେବ। ବିକଶିତ ଓଡିଶାର ରୂପରେଖ ଓଡିଶାର ଲୋକମାନେ ହିଁ ପ୍ରସ୍ତୁତ କରିବେ। ଏହା କେବଳ ଏକ ସରକାରୀ ଦସ୍ତାବିଜ ହେବ ନାହିଁ, ବରଂ ଏହା ଓଡିଶାର ଜନସାଧାରଣଙ୍କ ଦ୍ୱାରା, ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ ଏପରି ଏକ ଦସ୍ତାବିଜ ହେବ ଯାହା ଜନସାଧାରଣଙ୍କ ଆକାଂକ୍ଷାର ପ୍ରକୃତ ପ୍ରତିଫଳନ ହେବ।
ସେ ନିଜେ, ତାଙ୍କର ସହଯୋଗୀ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀଗଣ ମଧ୍ୟ ସମାଜର ସବୁ ବର୍ଗର ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରି ସମୃଦ୍ଧ ଓଡିଶା ଗଠନ ପାଇଁ ଲୋକଙ୍କ ବିଚାର ଓ ପ୍ରସ୍ତାବ ଉପରେ ଅନୁଶୀଳନ କରିିବେ।
ଏହି ଭିଜନ ଡକୁମେଣ୍ଟ ପ୍ରସ୍ତୁତି ପାଇଁ ସମାଜର ବିଶିଷ୍ଟ ନାଗରିକ, ବିଭିନ୍ନ ନାଗରିକ ସଂଗଠନ, ବୁଦ୍ଧିଜୀବୀ, ଶିକ୍ଷାବିତ୍‌, ନୀତି ନିର୍ଦ୍ଧାରକ, ପ୍ରବାସୀ ଓଡ଼ିଆ, ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠିତ ନେତୃବୃନ୍ଦଙ୍କ ସମେତ ସାଧାରଣ ଜନତା ମତାମତ ଦେଇ ପାରିବେ। ଏଥି ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ପରିଚାଳନା କମିଟି ଏବଂ ୬ଟି ସଚିବସ୍ତରୀୟ କମିଟି ଗଠନ କରାଯାଇଛି।

୨୦୪୭ ମସିହାରେ ଭାରତ ବର୍ଷ ସ୍ୱାଧୀନତାର ଶହେ ବର୍ଷ ପୂର୍ତ୍ତି ପାଳନ କରିବ। ଏହା ପୂର୍ବରୁ ୨୦୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ କରିବ। ତେଣୁ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ସଙ୍ଗେ ସଙ୍ଗେ ୨୦୪୭ ମସିହାରେ ବିକଶିତ ଭାରତ ଗଠନ ପାଇଁ ଓଡିଶା ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିବ।

ପ୍ରଧାନମନ୍ତ୍ରୀଙ୍କ ଦୃଢ ନେତୃତ୍ୱରେ ଭାରତ ବର୍ଷ ବିକଶିତ ଭାରତ ହେବା ଲକ୍ଷ୍ୟରେ ଅଗ୍ରସର ହେଉଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରଧାନମନ୍ତ୍ରୀଙ୍କ ଦୃଢ ପଦକ୍ଷେପ ସ୍ୱରୂପ ଦେଶ ଆଜି ବିଶ୍ୱର ପଞ୍ଚମ ବୃହତ ଅର୍ଥନୀତି ହୋଇପାରିଛି। ଖୁବ୍‌? ଶୀଘ୍ର, ଏହା ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିର ମାନ୍ୟତା ହାସଲ କରିବ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ, ବିଶ୍ୱଗୁରୁ ହେବାର ରାସ୍ତାରେ ଦ୍ରୁତ ଗତିରେ ଅଗ୍ରଗତି କରୁଛି ବୋଲି ସେ କହିଥିଲେ।

ସେ କହିଥିଲେ ଯେ, ୨୦୩୬ ସୁଦ୍ଧା ଓଡିଶା ଏକ ୫୦୦ ବିଲିଅନ୍ ଡଲାର ଅର୍ଥନୀତିରେ ପରିଣତ ହେବାର ଲକ୍ଷ୍ୟ ରଖାଯାଇଛି। ଏହା ସହିତ ୨୦୪୭ ସୁଦ୍ଧା ଆମେ ୧.୫ ଟ୍ରିଲିଅନ୍ ଅର୍ଥନୀତି ହେବାର ଲକ୍ଷ୍ୟ ମଧ୍ୟ ରଖିଛୁ।

ପ୍ରଧାନମନ୍ତ୍ରୀଙ୍କର ହୃଦୟରେ ଓଡିଶା ପ୍ରତି ଏକ ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପ୍ରଧାନମନ୍ତ୍ରୀ ଅନେକ ଥର କହିଛନ୍ତି ଯେ, ବିକଶିତ ଭାରତରେ ଓଡିଶା ଏକ ଏକ୍ସକ୍ଟଙ୍ଗଗ୍ଧଷ ଋଦ୍ଭଶସଦ୍ଭର ହେବ । ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟର ପରିକଳ୍ପନାରେ ଓଡିଶାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓଡିଶାରେ ବିକାଶର ଗତି ତ୍ୱରାନ୍ୱିତ ହେବ ଏବଂ ଓଡିଶା ସବୁ କ୍ଷେତ୍ରରେ ଅଗ୍ରଗତି କରି ଦେଶର ଏକ ପ୍ରମୁଖ ରାଜ୍ୟ ହେବ, ଏଥିରେ ସନ୍ଦେହ ନାହିଁ ବୋଲି ସେ କହିଥିଲେ।
କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବମାନେ ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପାଳନ କରୁନାହାନ୍ତି ସରକାରୀ ଅଧିକାରୀ

by ସଂକ୍ଷିପ୍ତ ଖବର
June 7, 2025

  ମାସ ମାସ ଧରି ପଡ଼ିରହୁଛି ଚିଠି        

Read more

ଚର୍ଚ୍ଚାରେ ପିନାକୀ ମହୁଆଙ୍କ ବାହାଘର

June 5, 2025

ଲୋକଙ୍କ ଅଣ୍ଟା ଭାଙ୍ଗିଲାଣି

June 5, 2025

ASI NABBED BY VIGILANCE

June 4, 2025

ଡିଜିଟାଲ ଗିରଫ ଧମକ ଦେଇ ସାଇବର ଅପରାଧୀ ଠକୁଛନ୍ତି, ସତର୍କ ରହିବାକୁ ପୁଲିସର ପରାମର୍ଶ

June 3, 2025

ଆଜିଠାରୁ ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’

June 3, 2025

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com