• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଓଡିଶାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରାଯିବ

Share on FacebookShare on TwitterShare on Whatsapp

ନୂତନ ଶିକ୍ଷା ନୀତି-2020 ସମ୍ପର୍କିତ ତିନି ଦିନିଆ ଜାତୀୟ କର୍ମଶାଳା

-ପ୍ରି-ସ୍କୁଲ ପିଲାଙ୍କ ପାଇଁ ଶିଶୁ ବାଟିକା ଖୋଲାଯିବ- ମୁଖ୍ୟମନ୍ତ୍ରୀ
-ରାଜ୍ୟର ପାଠ୍ୟକ୍ରମରେ ଓଡିଶାର ଗୌରବମୟ ଇତିହାସ, ଐତିହ୍ୟ ଓ ବରପୁତ୍ରମାନେ ସ୍ଥାନ ପାଇବା ଆବଶ୍ୟକ-
କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର:21 ଜାନୁଆରୀ-ଲୋକସେବା ଭବନ କନ୍‌ଭେନ୍‍ସନ୍ ସେଣ୍ଟରରେ ନୂଆ ଶିକ୍ଷା ନୀତି-2020 ସମ୍ପର୍କିତ ଏକ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଓଡିଶାରେ ଏହାର କାର୍ଯ୍ୟକାରିତା ସମ୍ପର୍କରେ ଆଭିମୁଖ୍ୟ ରଖିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନୂତନ ଶିକ୍ଷା ନୀତିରେ ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସୁଦୃଢ ଭିତ୍ତିଭୂମି ସୃଷ୍ଟି ଓ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ପ୍ରଦାନ କରାଯିବ। ରାଜ୍ୟ ସରକାର ଏଥିପାଇଁ ନିଷ୍ପତ୍ତି ନେଇ ସାରିଛନ୍ତି ଏବଂ ଆସନ୍ତା ଶିକ୍ଷାବର୍ଷ ଠାରୁ ଏହି ନୂଆ ନୀତି କାର୍ଯ୍ୟକାରୀ ହେବ।

ସେ କହିଥିଲେ, 10+2 ବ୍ୟବସ୍ଥା ବଦଳରେ ରାଜ୍ୟରେ 5+3+3+4 ବ୍ୟବସ୍ଥା ଲାଗୁ କରାଯିବ। ପ୍ରି-ସ୍କୁଲ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଇ ପିଲାମାନଙ୍କ ପାଇଁ ଶିଶୁ ବାଟିକା ଖୋଲା ଯିବ। ଶିଶୁ ବାଟିକାରେ ପିଲାଙ୍କ ଉପରେ ବିନା କୌଣସି ଚାପରେ ସେମାନଙ୍କ ମୌଳିକ ଓ ସଂଖ୍ୟା ଜ୍ଞାନ ଉପରେ ଗୁରୁତ୍ୱ ଦିଆଯିବ। ଏଥିପାଇଁ ଆଗାମୀ ବର୍ଷମାନଙ୍କରେ ବ୍ୟାପକ ଭିତ୍ତିଭୂମି ସୃଷ୍ଟି କରାଯିବ। ଶିକ୍ଷକ ନିଯୁକ୍ତି, ପାଠ୍ୟ ପୁସ୍ତିକା ପ୍ରସ୍ତୁତି ଏବଂ ଅନ୍ୟାନ୍ୟ ପାଠ୍ୟ ଉପକରଣ ଯୋଗାଇଦେବା ଉପରେ ଗୁରୁତ୍ୱ ଦିଆଯିବ। ନୂଆ ଶିକ୍ଷା ନୀତିରେ, ଶିକ୍ଷା ଭିତ୍ତିଭୂମି, ଖେଳ ମାଧ୍ୟମରେ ଶିକ୍ଷା, ମୌଳିକ ଶିକ୍ଷା, ବାହ୍ୟ ଜ୍ଞାନର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ଶିକ୍ଷାରେ ଟେକ୍ନୋଲୋଜିର ପ୍ରୟୋଗକୁ ବ୍ୟାପକ କରାଯିବ। ଟେକ୍ନୋଲୋଜି ଜରିଆରେ ଶିକ୍ଷା ପ୍ରଦାନ ଆମ ଶିକ୍ଷା ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ହେବ।

ସେ କହିଥିଲେ, ଏକ ବିକଶିତ ଭାରତ ଗଠନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଯେଉଁ ଲକ୍ଷ୍ୟ ଅଛି, ତାକୁ ସାକାର କରିବା ଦିଗରେ ନୂଆ ଶିକ୍ଷା ନୀତି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହା ଛାତ୍ର ଓ ଯୁବ ସମାଜକୁ ଏକ ଆଧୁନିକ ଓ ସଶକ୍ତ ଭାରତ ଗଠନ ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରିପାରିବ। ରାଜ୍ୟରେ ପ୍ରାଥମିକ ଶିକ୍ଷାର ଭିତ୍ତିଭୂମି ସୁଦୃଢ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବା ଆରମ୍ଭ କରିସାରିଛନ୍ତି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ରାଜ୍ୟର ପ୍ରତି ପଞ୍ଚାୟତର ଗୋଟିଏ ଲେଖାଏଁ ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟ ଭାବେ ବିକଶିତ କରାଯାଉଛି।ସେହିପରି ଶହୀଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଜନଜାତି ଛାତ୍ରଛାତ୍ରୀମାନଙ୍କ ଡ୍ରପ ଆଉଟ୍ ହାର କମ୍ କରିବା ପାଇଁ ଉଦ୍ୟମ ଆରମ୍ଭ କରାଯାଇଛି। ଆଜିର ଶିକ୍ଷାର୍ଥୀମାନେ ଆଗାମୀ କାଲିର ଭବିଷ୍ୟତ। ତେଣୁ ଗୁଣାତ୍ମକ ଶିକ୍ଷା ସହିତ ସେମାନଙ୍କୁ ସମୟାନୁବର୍ତ୍ତିତା ଓ ଅନ୍ୟ ଆଦର୍ଶ ଗୁଣର ବିକାଶ ଉପରେ ଗୁରୁତ୍ୱ ଦିଆଯିବା ଆବଶ୍ୟକ। ସେମାନେ ଯେପରି ଜଣେ ଜଣେ କର୍ମଯୋଗୀ ହୋଇ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ଗଠନରେ ନିଜର ଯୋଗଦାନ ରଖିବେ ସେଥିପ୍ରତି ଗୁରୁତ୍ୱ ଦିଆଯିବା ଆବଶ୍ୟକ ବୋଲି ସେ କହିଥିଲେ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ, ରାଜ୍ୟର ପାଠ୍ୟକ୍ରମ ପ୍ରସ୍ତୁତି ପାଇଁ ଯେଉଁ ବ୍ୟବସ୍ଥା କରାଯାଇଛି ସେଥିରେ ଶିକ୍ଷା କ୍ଷେତ୍ରରେ ଦକ୍ଷତା ଓ ଅଭିଜ୍ଞତା ଥିବା ଓଡିଶାର ବିଶିଷ୍ଟ ବ୍ୟକ୍ତିମାନଙ୍କର ମତାମତ ଗ୍ରହଣ କରାଯିବା ଆବଶ୍ୟକ। ପାଠ୍ୟକ୍ରମରେ ଓଡିଶାର ଗୌରବମୟ ଇତିହାସ, ଐତିହ୍ୟ ଓ ବରପୁତ୍ରମାନଙ୍କ ବିଷୟ ସ୍ଥାନ ପାଇବା ଆବଶ୍ୟକ। ସମସ୍ତଙ୍କୁ ଯେପରି ସହଜରେ ଓ ସୁବିଧାରେ ଶିକ୍ଷା ମିଳିବ ସେ ଦିଗରେ ନୂଆ ଶିକ୍ଷା ନୀତି ଏକ ଆଦର୍ଶ ନୀତି। ଜାତୀୟ ଶିକ୍ଷା ନୀତି ଓ ରାଜ୍ୟ ଶିକ୍ଷା ନୀତି ଏକ ରୂପ ନେଇ ଓଡିଶାର ପିଲାମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣରେ ସହାୟକ ହେବ ବୋଲି ସେ ମତ ଦେଇଥିଲେ। ଗତ ସାତ ମାସ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ ରାଜ୍ୟ ସରକାର ଯେଉଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ତାହାର ଉଚ୍ଚ ପ୍ରଶଂସା କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, କେନ୍ଦ୍ର ଶିକ୍ଷା ସଚିବ ସଞ୍ଜୟ କୁମାର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଶାଳିନୀ ପଣ୍ଡିତ, ବିଶିଷ୍ଟ ଶିକ୍ଷାବିତ୍ ମଞ୍ଜୁଲ୍ ଭାର୍ଗବ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ଅଧିକାରୀ ଓ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com