• About
  • Contact
Sunday, April 19, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ

Share on FacebookShare on TwitterShare on Whatsapp

-୪ବର୍ଷରେ ଏହି ଯୋଜନାରେ ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ

 

ଭୁବନେଶ୍ୱର:୧୩/୨-ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ, ତେଣୁ ତାଙ୍କ ଦର୍ଶନ ପାଇଁ କୌଣସି ବାଧା ରହିବା ଉଚିତ ନୁହେଁ। ପ୍ରତିଟି ଓଡିଆ ଯେପରି ଜୀବନରେ ଅନ୍ତତଃ ଥରେ ସମ୍ମାନର ସହ ମହାପ୍ରଭୁଙ୍କ ଦର୍ଶନ ପାଇବେ ଏହି ଚିନ୍ତାଧାରା ରଖି ଆମ ସରକାର ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ କରିଛନ୍ତି ବୋଲି ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବରଙ୍ଗପୁର ଠାରେ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ ଏବଂ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ କହିଛନ୍ତି।

ସୂଚନାଯୋଗ୍ୟ ଯେ ଶୁକ୍ରବର ରାଜ୍ୟର ନବରଙ୍ଗପୁର, ଭଦ୍ରକ, ବାରିପଦା, ସମ୍ବଲପୁର, ଏବଂ ବ୍ରହ୍ମପୁରଠାରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ଶୁଭାରମ୍ଭ ହୋଇଛି। ୫ଟି ଜିଲ୍ଲାରୁ ପ୍ରାୟ ୫୦୦ ଶ୍ରଦ୍ଧାଳୁ ତୀର୍ଥଯାତ୍ରୀ ଏସ୍କଟ ଅଫିସରଙ୍କ ସହିତ ପୁରୀ ଅଭିମୁଖେ ଯାତ୍ରା କରିଛନ୍ତି। ଏହି ଯୋଜନାରେ ଚଳିତ ବର୍ଷ ରାଜ୍ୟର ୫ ହଜାର ହିତାଧିକାରୀ ଏବଂ ଆସନ୍ତା ୪ ବର୍ଷ ମଧ୍ୟରେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଯୋଗ୍ୟ ହିତାଧିକାରୀଙ୍କୁ ମହାପ୍ରଭୁଙ୍କ ଦର୍ଶନ କରାଇବାର ଲକ୍ଷ୍ୟ ରହିଛି। ଆର୍ôଥକ ଦୁର୍ବଳ ଶ୍ରେଣୀର ୬୦ ରୁ ୭୫ ବର୍ଷ ବୟସ ସୀମା ମଧ୍ୟରେ ଥିବା ବରିଷ୍ଠ ନାଗରିକ ଓ ୭୫ ବର୍ଷ ବୟସ ମଧ୍ୟରେ ଥିବା ସମସ୍ତ ବିଧବା ମା’ ମାନଙ୍କୁ ଏହି ଯୋଜନାରେ ସାମିଲ କରାଯାଉଛି। ଯୋଜନାର ହିତାଧିକାରୀମାନଙ୍କୁ ଏସି ବସରେ ଯାତାୟତ ସହ ପୁରୀ ବୃନ୍ଦାବତୀ ନିବାସରେ ରହଣି ଓ ମହାପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି।

ଏଥି ସହିତ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲାବାସୀଙ୍କ ବହୁ ଆକାଂକ୍ଷିତ ମେଡିକାଲ କଲେଜର ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ନବରଙ୍ଗପୁରର ପାତାଲଗୁଡାଠାରେ ୫୦ ଏକରରୁ ଉର୍ଦ୍ଧ୍ୱ ଜାଗା ଉପରେ ପ୍ରତିଷ୍ଠା ହେବାକୁ ଥିବା ଏହି ମେଡିକାଲ କଲେଜ ଓ ହସ୍ପିଟାଲରେ ୧୦୦ ଏମ୍‌.ବି.ବି.ଏସ୍ ସିଟ ଓ ୪୨୦ଟି ଶଯ୍ୟା ରହିବ। ଏହି ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ପରେ ଜିଲ୍ଲାବାସୀ ଉନ୍ନତ ମାନର ଚିକିତ୍ସା ସୁବିଧା ପାଇଁ ଆଉ ଜିଲ୍ଲା ବାହରକୁ ଯିବେ ନାହିଁ, ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଜିଲ୍ଲା ଭିତରେ ହିଁ ପାଇବେ। ଆମ ସରକାର ଆସିବାର ମାତ୍ର ୨୦ ମାସ ମଧ୍ୟରେ ଯାଜପୁର, କନ୍ଧମାଳ ଓ ତାଳଚେରରେ ୩ଟି ନୂଆ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହୋଇଛି। ଏଥି ସହିତ ଆଉ ୪ଟି ମେଡିକାଲ କଲେଜ ଆମର ପ୍ରତିଶ୍ରୁତି ଥିଲା। ଆଜି ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ପାଇଁ ଶୁଭ ଦିଆଗଲା। ଖୁବ୍ ଶୀଘ୍ର ଢେଙ୍କାନାଳ, ଜଗତସିଂହପୁର ଓ ଭଦ୍ରକରେ ମଧ୍ୟ ମେଡିକାଲ କଲେଜ ସ୍ଥାପନ ହେବ। ରାଜ୍ୟବାସୀଙ୍କୁ ଗୁଣାତ୍ମକମାନର ସ୍ୱାସ୍ଥ୍ୟସେବା ଓ ରାଜ୍ୟରେ ଡାକ୍ତର ଅଭାବ ଦୂର କରିବା ପାଇଁ ଏହା ହେଉଛି ଆମ ସରକାରଙ୍କ ପ୍ରତିବଦ୍ଧତାର ପ୍ରତିଫଳନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁର ଜିଲ୍ଲା ପାଇଁ ୪୪୬ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୭୭ଟି ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୬୮ କୋଟି ଟଙ୍କା ମୂଲ୍ୟର ୧୧୨ଟି ପ୍ରକଳ୍ପର ଉଦ୍‌ଘାଟନ ଓ ୩୭୮ କୋଟି ଟଙ୍କା ମୂଲ୍ୟର ୬୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ରହିଛି। ଶିକ୍ଷା, ସ୍ୱାସ୍ଥ୍ୟସେବା, ସଡକ, ସେତୁ, ହଷ୍ଟେଲ, ବନ ସୁରକ୍ଷା ସମିତି, ଅଙ୍ଗନବାଡି କେନ୍ଦ୍ର ଆଦି ଏହି ସବୁ ପ୍ରକଳ୍ପ ଗୁଡିକ ନବରଙ୍ଗପୁରର ବିକାଶ ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯୋଜନାର ହିତାଧିକାରୀଙ୍କୁ କିଟ୍ ବ୍ୟାଗ ପ୍ରଦାନ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଓ ସାମାଜିକ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଥିଲେ। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝୀ, ମୁଜ୍ଜିବୁଲ୍ଲା ଖାଁ, ବିଧାୟକ ଗୌରୀଶଙ୍କର ମାଝୀ, ନରସିଂହ ଭତ୍ରା, ମନୋହର ରନ୍ଧାରୀ, ନରସିଂହ ମାଡକାମୀ, ରୁପୁ ଭତ୍ରା, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଓ ନବରଙ୍ଗପୁର ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com