• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Share on FacebookShare on TwitterShare on Whatsapp

୨୦୦୦ ଟ୍ରାଫିକ୍ ପୋଲିସ୍ ପଦବୀ ସୃଷ୍ଟି, ଚଳିତ ବର୍ଷ ୫୦୦ ଟ୍ରାଫିକ୍ ପୋଲିସ୍ ନିଯୁକ୍ତି ଘୋଷଣା

ଭୁବନେଶ୍ୱର:04.01.2025- ସୁରକ୍ଷିତ ଭାବେ ଘରକୁ ଫେରନ୍ତୁ । “Come Home Safe”। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି ।

ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଡ଼କ ସୁରକ୍ଷାକୁ ଏକ ଜନ ଅଭିଯାନରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ଏହି ଅବସରରେ ସଡ଼କ ସୁରକ୍ଷାର ନିୟମ ପାଳନ କରି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ସମସ୍ତଙ୍କୁ ନିବେଦନ କରିଛନ୍ତି। ସଚେତନତା କାର୍ଯ୍ୟକ୍ରମକୁ ପ୍ରଭାବୀ କରିବାକୁ ମାଷ୍ଟରକ୍ୟାଣ୍ଟିନ ଛକରୁ ଶ୍ରୀରାମ ମନ୍ଦିର ଯାଏଁ ପଦଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ ।
କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ପକ୍ଷରୁ ଜାନୁଆରୀ ମାସ ବ୍ୟାପୀ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟସ୍ତରୀୟ ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପତାକା ଦେଖାଇ ସଡ଼କ ସୁରକ୍ଷା ରଥର ଶୁଭାରମ୍ଭ କରିଥିଲେ । ପ୍ରତି ଜିଲ୍ଲାରେ ଏଭଳି ସଚେତନତା ରଥ ମାସ ବ୍ୟାପୀ ପରିକ୍ରମା କରିବ। ସଡ଼କ ସୁରକ୍ଷା ସଂପର୍କିତ ବିଭିନ୍ନ ସଚେତନତାଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର ଏଥିରେ ପ୍ରଦର୍ଶିତ ହେବ ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଯାନ ଚାଳକ, ଏନସିସି କ୍ୟାଡେଟ୍ ଓ ଜନସାଧାରଣଙ୍କୁ ସଡ଼କ ସୁରକ୍ଷାର ଶପଥ ପାଠ କରାଇଥିଲେ। କିଭଳି ସମସ୍ତ ନିୟମ ମାନି ସୁରକ୍ଷିତ ଯାତ୍ରା କରିବା ଏବଂ ଅନ୍ୟ ସଡ଼କ ବ୍ୟବହାରକାରୀଙ୍କ ସୁରକ୍ଷା ପ୍ରତି ଦାୟିତ୍ୱବାନ ହେବା ସେ ସଂପର୍କରେ ସମସ୍ତେ ପ୍ରତିଜ୍ଞାବଦ୍ଧ ହେବା ପାଇଁ ସେ ପରାମର୍ଶ ଦେଇଥିଲେ । ସଚେତନତା କାର୍ଯ୍ୟକ୍ରମକୁ ଅଧିକ ପ୍ରଭାବୀ କରିବାକୁ ମୁଖ୍ୟମନ୍ତ୍ରୀ ସଭାସ୍ଥଳରୁ ଶ୍ରୀରାମ ମନ୍ଦିର ଯାଏଁ ଅନ୍ୟ ଅତିଥିମାନଙ୍କ ସହ ପଦଯାତ୍ରା କରିଥିଲେ। ଯାହା ଛାତ୍ରଛାତ୍ରୀ, ଯାନ ଚାଳକ ତଥା ସାଧାରଣ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଭରି ଦେଇଥିଲା ।

ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ବିଗତ 10 ବର୍ଷରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ 47 ହଜାରରୁ ଅଧିକ ଜୀବନ ଯାଇଛି। ଏହା ଅତ୍ୟନ୍ତ ଚିନ୍ତାଜନକ। ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା କମ୍ କରିବାକୁ ସମସ୍ତଙ୍କୁ ଉଦ୍ୟମ କରିବାକୁ ହେବ। ସମୟ ଆସିଯାଇଛି, ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବାକୁ ହେବ। “Come Home Safe” ନାରା ସହ ସମସ୍ତଙ୍କୁ ସଡ଼କ ସୁରକ୍ଷା ନିୟମ ମାନି ସୁରକ୍ଷିତ ଭାବରେ ଘରକୁ ଫେରିବାକୁ ସେ ନିବେଦନ କରିଥିଲେ। ଏହି ସଚେତନତା ବାର୍ତ୍ତାକୁ ପ୍ରତି ସହର, ପ୍ରତି ଗାଁ ଓ ଘରେ ଘରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲ । ଏହି ଅଭିଯାନରେ ସମାଜର ସବୁ ବର୍ଗର ବ୍ୟକ୍ତି, ଅନୁଷ୍ଠାନ, ସଂଗଠନ ଯୋଡ଼ି ହେବାକୁ ସେ ଆହ୍ୱାନ ଦେଇଛନ୍ତି ।

ଏହି ଅବସରରେ ସଡକ ସୁରକ୍ଷା କ୍ଷେତ୍ରକୁ ଅଧିକ ସୁଦୃଢ କରିବା ପାଇଁ 2000 ନୂତନ ଟ୍ରାଫିକ୍ ପୋଲିସ୍ ପଦବୀ ସୃଷ୍ଟି କରାଯିବା ସହିତ ଚଳିତ ବର୍ଷ 500 ଟ୍ରାଫିକ୍ ପୋଲିସ୍ ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥି ସହିତ ଜନସାଧାରଣଙ୍କୁ ସୁଲଭ ଓ ସୁବିଧା ଜନକ ଯାତ୍ରା ପ୍ରଦାନ ଉଦ୍ଦେଶ୍ୟରେ ‘ଓଡିଶା ଯାତ୍ରୀ ଆପ୍’ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏହି ଆପ୍ ମାଧ୍ୟମରେ ଜନସାଧାରଣ ଗୋଟିଏ କ୍ଲିକରେ ନିଜର ଗନ୍ତବ୍ୟ ସ୍ଥଳ ପାଇଁ ସହଜରେ ଅଟୋ ଓ ଟ୍ୟାକ୍ସି ପାଇପାରିବେ। ଏହି ବ୍ୟବସ୍ଥା ଉଭୟ ଚାଳକ ଓ ଯାତ୍ରୀଙ୍କ ପାଇଁ ଲାଭଦାୟକ।

ପଦଯାତ୍ରା ସମୟରେ ଗୁରୁଦ୍ୱାର ନିକଟରେ ଏକ ନିଃଶୁଳ୍କ ଅସ୍ଥାୟୀ ଚକ୍ଷୁ ପରୀକ୍ଷା କେନ୍ଦ୍ରର ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ। ଶ୍ରୀରାମ ମନ୍ଦିର ନିକଟରେ ଆୟୋଜିତ କାର୍ଯ୍ୟକ୍ରମରେ, ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କ ଜୀବନ ରକ୍ଷା କରୁଥିବା ଗୁଡ୍ ସମରିଟାନ୍ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com