• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ନାରୀଙ୍କୁ ସମ୍ମାନ ଦେବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ମୁଖ୍ୟମନ୍ତ୍ରୀ

Share on FacebookShare on TwitterShare on Whatsapp

ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ

ଭୁବନେଶ୍ୱର:୧୩/୬- ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ, ନାରୀଙ୍କୁ ସମ୍ମାନ ପ୍ରଦାନ କରିବା ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା। ଏହି ସମାବେଶର ଏକମାତ୍ର ଉଦ୍ଦେଶ୍ୟ ହେଉଛି, ଓଡିଶାର ନାରୀ ଶକ୍ତିକୁ ଆମର ସବୁଠାରୁ ଶ୍ରେଷ୍ଠ ଶକ୍ତି କରି ଗଢିତୋଳିବା।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ଏକ ବର୍ଷ ପୂରଣ ପରେ ଦ୍ଵିତୀୟ ବର୍ଷର ପ୍ରଥମ କାର୍ଯ୍ୟକ୍ରମ ହେଉଛି, ଆମର ଏହି ନାରୀ ଶକ୍ତି ସମାବେଶ। କାରଣ, ଆମେ ବିଶ୍ୱାସ କରୁ ଯେ ଯେତେ ପର୍ଯ୍ୟନ୍ତ ରାଜ୍ୟର ଅଧା ଜନସଂଖ୍ୟାର ବିକାଶ ହୋଇ ନାହିଁ, ରାଜ୍ୟ କେବେ ବି ବିକଶିତ ହୋଇ ପାରିବ ନାହିଁ। ଐତିହାସିକ ସହର କଟକ ଠାରେ ଏହିକାର୍ଯ୍ୟକ୍ରମର ଶୁଭାରମ୍ଭ ଓଡିଶାର ମାଆ ଓ ଭଉଣୀ ମାନଙ୍କ ପାଇଁ ଏକ ସୁବର୍ଣ୍ଣ ଯୁଗ ଆଣିବ ବୋଲି ମୁଁ ଦୃଢ ନିଶ୍ଚିତ।

ନାରୀ ମାନଙ୍କ ସଶକ୍ତିକରଣ ପାଇଁ ଆମର ସବୁଠୁ ଯୁଗାନ୍ତକାରୀ ଯୋଜନା ହେଉଛି ସୁଭଦ୍ରା ଯୋଜନା। ସୁଭଦ୍ରା ଯୋଜନା ହେଉଛି ଓଡିଶାର ଇତିହାସରେ ସବୁଠାରୁ ବଡ ମହିଳା କଲ୍ୟାଣ କାର୍ଯ୍ୟକ୍ରମ। କେବଳ ମହିଳା ନୁହେଁ ଏତେ ବୃହତ ସାମାଜିକ କଲ୍ୟାଣକାରୀ ଯୋଜନା ପୂର୍ବରୁ କରାଯାଇ ନ ଥିଲା। ଆମ ସରକାର ଓଡିଶାର ପ୍ରତ୍ୟେକ ଗାଁ, ପ୍ରତ୍ୟେକ ପରିବାର ସହିତ ସଂଯୋଗ କରି ତଥ୍ୟ ସଂଗ୍ରହ କରିଛନ୍ତି। ଘରକୁ ଘର ବୁଲି, ଆମେ ଅଧିଂକାଶ ପରିବାର ସହିତ ଯୋଗାଯୋଗ କରିଛୁ। ବିଶେଷ କରି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଯେଉଁଠାରେ ମା’ ମାନେ ଏତେ ସଚେତନ ନୁହନ୍ତି, ସେଠାରୁ ତଥ୍ୟ ଅଣାଯାଇ ସେମାନଙ୍କୁ ଏହି ଯୋଜନାରେ ଯୋଡାଯାଇଛି। ସୁଭଦ୍ରା ଯୋଜନାର ସଫଳତା ଆମ ବଳିଷ୍ଠ ସଂକଳ୍ପର ଏକ ପ୍ରକୃଷ୍ଟ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଓଡିଶାର ବିଭିନ୍ନ ଅଞ୍ଚଳରେ ଅନେକ ମା’ ମାନେ ସୁଭଦ୍ରା ସହାୟତାକୁ ଏକାଠି କରି ବିଭିନ୍ନ ପ୍ରକାର ଅର୍ଥନୈତିକ କାରବାର, ମିଳିତ କୃଷି କାର୍ଯ୍ୟ କରି ନିଜ ପରିବାରପାଇଁ ଭଲ ରୋଜଗାର କରୁଛନ୍ତି। ଏହି ସୁଭଦ୍ରା ସହାୟତା ହେଉଛି ମାଆ ମାନଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ୱାବଲମ୍ବୀ କରିବାର ଏକ ଲମ୍ବା ଯାତ୍ରା। ମହିଳାଙ୍କୁ ଆର୍ଥିକ ସ୍ତରରେ ସ୍ବାବଲମ୍ବୀ କରିବା ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜୀ ‘“ଲକ୍ଷପତି ଦିଦି” ଯୋଜନାର ପରିକଳ୍ପନା କରିଥିଲେ। ଏହା ଆମ ରାଜ୍ୟ ପାଇଁ, ବିଶେଷ ଭାବେ ଆମ ରାଜ୍ୟର ମା’ ମାନଙ୍କ ପାଇଁ ଖୁସିର ବିଷୟ ଯେ ଓଡ଼ିଶା ବର୍ତ୍ତମାନ “ଲକ୍ଷପତି ଦିଦି” ସୃଷ୍ଟି କରିବାରେ ସମଗ୍ର ଭାରତରେ ପ୍ରଥମ ସ୍ଥାନରେ ଅଛି। ଆମେ ୧୬ ଲକ୍ଷରୁ ଅଧିକ ଲକ୍ଷପତି ଦିଦି ସୃଷ୍ଟି କରିଛୁ।

ଚଳିତ ବର୍ଷ ରାଜ୍ୟର ସମସ୍ତ ସରକାରୀ ବିଭାଗ ମିଳିତ ଭାବରେ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୩,୬୯୫ କୋଟି ଟଙ୍କାର ବ୍ୟବସାୟିକ ସୁଯୋଗ ପ୍ରଦାନ କରିଛନ୍ତି। ଏହା ଆମ ରାଜ୍ୟର ଇତିହାସରେ ସର୍ବକାଳୀନ ରେକର୍ଡ। ୩.୦୭ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରାୟ ୩୦୦ କୋଟି ଟଙ୍କାର ସୁଧ ଫେରସ୍ତ କରାଇ ସେମାନଙ୍କର ଆର୍ଥିକ ସ୍ୱପ୍ନକୁ ସାକାର କରିବାରେ ସହାୟକ ହୋଇଛୁ। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା (MSPY) ମାଧ୍ୟମରେ ଆମେ ମହିଳା ଓ ପିଲାମାନଙ୍କ ସୁସ୍ଥ ଭବିଷ୍ୟତ ପାଇଁ ଆବଶ୍ୟକ ପୁଷ୍ଟିକର ଖାଦ୍ୟ ଯୋଗାଇଦେବାର ବ୍ୟବସ୍ଥା କରୁଛୁ। ମହିଳା ସଶକ୍ତିକରଣ ଆମପାଇଁ ଏକ ସ୍ଲୋଗାନ ନୁହେଁ। ଚଳିତ ବର୍ଷ ବଜେଟରେ କେବଳ ମହିଳାଙ୍କ ପାଇଁ ୮୯ ହଜାର ୮୬୧ କୋଟି ଟଙ୍କାର ପ୍ରାବଧାନ ମହିଳାଙ୍କ ପାଇଁ ଆମର ପ୍ରତିବଦ୍ଧତା। ମହିଳା ସଶକ୍ତିକରଣରେ ଓଡିଶା ଦେଶର ଏକ ମଡେଲ ରାଜ୍ୟ ଭାବରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ପ୍ରେରଣା ହେବ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com