• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଉତ୍କର୍ଷ ଓଡିଶା କନକ୍ଲେଭ ଆମ ପାଇଁ ଅପାର ସଫଳତା ଆଣି ଦେଇଛି-ମୁଖ୍ୟମନ୍ତ୍ରୀ

ଉତ୍କର୍ଷ ଓଡିଶା କନକ୍ଲେଭ ଆମ ପାଇଁ ଅପାର ସଫଳତା ଆଣି ଦେଇଛି-ମୁଖ୍ୟମନ୍ତ୍ରୀ
Share on FacebookShare on TwitterShare on Whatsapp

୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରଦର୍ଶନୀ

ଭୁବନେଶ୍ୱର(ଜନତା ମଇଦାନ) :29/1- ଜନତା ମଇଦାନରେ ଆୟୋଜିତ ଦୁଇ ଦିନିଆ ଉତ୍କର୍ଷ ଓଡିଶା ମେକ୍ ଇନ୍ ଓଡିଶା କନକ୍ଲେଭ୍ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଏହି କନକ୍ଲେଭ୍ ଆମ ପାଇଁ ଅପାର ସଫଳତା ଆଣିଛି। ଏଥିରେ ସାରା ବିଶ୍ୱର ଅନେକ ଶିଳ୍ପପତି, ବିଜନେସ୍ ଡେଲିଗେଟ୍, ପୁଞ୍ଜି ନିବେଶକ ଓ ନୀତି ନିର୍ଦ୍ଧାରକମାନେ ଯୋଗଦେଇଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ଉଦଘାଟନ କରି ଓଡିଶା ପ୍ରତି ତାଙ୍କର ସମର୍ଥନ ଜଣାଇଥିଲେ। ଶିଳ୍ପ ଜଗତକୁ ବାର୍ତ୍ତା ଦେଇ ସେ କହିଥିଲେ ଯେ ଓଡିଶା ହେଉଛି ଉତ୍କୃଷ୍ଟ। ଓଡିଶା ହେଉଛି ବର୍ତ୍ତମାନ ପାଇଁ ସର୍ବୋତ୍ତମ ସୁଯୋଗର ଭୂମି। ପ୍ରଧାନମନ୍ତ୍ରୀଙ୍କ ଏହି ବାର୍ତ୍ତା ଓଡିଶାରେ ପୁଞ୍ଜିନିବେଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହି ଓଡିଶାରେ ପୁଞ୍ଜି ନିବେଶ ପାଇଁ ତାଙ୍କର ଗ୍ୟାରେଣ୍ଟି- ‘ମୋଦୀ ଗ୍ୟାରେଣ୍ଟି’ ଦେଇଥିଲେ। 2036 ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବା ଓ 2047 ସୁଦ୍ଧା ବିକଶିତ ଭାରତରେ ଓଡିଶାକୁ ଏକ ଗ୍ରୋଥ୍ ଇଞ୍ଜିନ କରିବା ପାଇଁ ସେ ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେଇ ଆସିଛନ୍ତି। ଡବଲ ଇଞ୍ଜିନ ସରକାରରେ ତାଙ୍କର ଯାହା ଭୂମିକା ରହିବା କଥା ତାକୁ ସେ ସମ୍ପୂର୍ଣ୍ଣ ଭାବେ ନିର୍ବାହ କରିଛନ୍ତି। ଏହାଦ୍ୱାରା ଦେଶର ଶ୍ରେଷ୍ଠ ପାଞ୍ଚଟି ଅର୍ଥନୀତି ମଧ୍ୟରେ ସ୍ଥାନ ପାଇବା ପାଇଁ ଆମର ଯେଉଁ ସଂକଳ୍ପ ରହିଛି, ଆମେ ତାହାର ନିକଟତର ହୋଇପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି, ଏହି ସମ୍ମିଳନୀରେ ସମୁଦାୟ 145ଟି ରାଜିନାମା (MoU) ସ୍ୱାକ୍ଷରିତ ହୋଇଛି । ଏହି ରାଜିନାମା ଗୁଡିକ ଓଡିଶାର ଶିଳ୍ପକ୍ଷେତ୍ରରେ କାୟକଳ୍ପ ପରିବର୍ତ୍ତନ କରିବା ସହିତ ବିଶ୍ୱ ସ୍ତରୀୟ ଶିଳ୍ପସଂସ୍ଥା ମାନଙ୍କ ସହିତ ସହଭାଗୀତାର ନୂଆ ଯୁଗ ଆରମ୍ଭ କରିବ । ଏହି MoU ଗୁଡିକ ଜରିଆରେ ସମୁଦାୟ 12 ଲକ୍ଷ 89 ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ରାଜିନାମା ହୋଇଛି। କେମିକାଲସ୍, ପେଟ୍ରୋକେମିକାଲସ୍, ଟେକ୍ସଟାଇଲସ୍, ମାଇନଙ୍ଗ ଓ ମେଟାଲର୍ଜି, ନବୀକରଣୀୟ ଶକ୍ତି, ଆଇ.ଟି, ପର୍ଯ୍ୟଟନ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ପରି ବିବିଧ କ୍ଷେତ୍ରରୁ ପୁଞ୍ଜିନିବେଶର ପ୍ରସ୍ତାବ ଆସିଛି। ଏହା ଦ୍ୱାରା ରାଜ୍ୟରେ 8 ଲକ୍ଷ 94ହଜାରରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ଓଡିଶାର ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିବା ସହିତ ରାଜ୍ୟରେ ସମାବେଶୀ ଅଭିବୃଦ୍ଧି (Inclusive Growth) ହୋଇପାରିବ।

MoU ସ୍ୱାକ୍ଷର ବ୍ୟତୀତ ଆହୁରି 3.84 ଲକ୍ଷ କୋଟି ଟଙ୍କାର 448 ଟି ପୁଞ୍ଜିନିବେଶ ଅଭିପ୍ରାୟ (Investment Intents Received in Forms) ମଧ୍ୟ ଆମେ ନିର୍ଦ୍ଧାରିତ ଫର୍ମରେ ଗ୍ରହଣ କରିଛୁ। ଏହା ଦ୍ୱାରା 3.92 ଲକ୍ଷ ନିଯୁକ୍ତି ସୁଯୋଗର ସମ୍ଭାବନା ରହିଛି। ଏହି କନକ୍ଲେଭରେ ସମୁଦାୟ 20 ଟି ସେକ୍ଟରରେ 593ଟି ପ୍ରକଳ୍ପ ପାଇଁ 16.73 ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି ଏବଂ ଏହାଦ୍ୱାରା 12.88 ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି । ସିଙ୍ଗାପୁର, ମାଲେସିଆ ଓ ଅଷ୍ଟ୍ରେଲିଆ ପରି ପାର୍ଟନର ଦେଶର ପ୍ରତିନିଧି ମାନଙ୍କ ସହିତ 16 ଟି ଦେଶର ପ୍ରତିନିଧି ଏହି କନକ୍ଲେଭରେ ଯୋଗଦେଇଥିଲେ। ଏହା ଦ୍ୱାରା ବିଶ୍ୱ ନିବେଶ ମାନଚିତ୍ରରେ ଓଡିଶା ଏକ ଆକର୍ଷଣୀୟ ସ୍ଥାନ ହୋଇପାରିଛି।

ଦ୍ୱିତୀୟ ଦିନ କାର୍ଯ୍ୟକ୍ରମରେ ବୟନ ଶିଳ୍ପ ଓ ପୋଷାକ, ନବୀକରଣୀୟ ଶକ୍ତି, ସ୍କିଲଡ୍ ଇନ୍ ଓଡିଶା, ମହିଳା ମାନଙ୍କ ଉଦ୍ୟୋଗ ସ୍ଥାପନ, ପର୍ଯ୍ୟଟନ, ସର୍କୁଲାର ଇକୋନମି, କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ, ସ୍ୱାସ୍ଥ୍ୟ, ଫାର୍ମା ଓ ବାୟୋଟେକ୍ ଏବଂ ଶିଳ୍ପ ଭିତ୍ତିଭୂମି ଆଦି ବିଭିନ୍ନ କ୍ଷେତ୍ରୀୟ ଶିଳ୍ପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ସବୁ କ୍ଷେତ୍ରଗୁଡିକରେ ପୁଞ୍ଜିନିବେଶ ଓ ଅଭିବୃଦ୍ଧି ପାଇଁ ବିଭିନ୍ନ ରଣନୀତି ଉପରେ ପ୍ରସ୍ତାବ ରଖାଯାଇଥିଲା। ଆଧୁନିକ ଓ ଆଗାମୀ ଦିନରେ ଶିଳ୍ପର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆମର ୱାର୍କଫୋର୍ସକୁ ପ୍ରସ୍ତୁତ କରିବା ପାଇଁ ବିଭିନ୍ନ ରଣନୀତି ଉପରେ ସ୍କିଲଡ୍ ଇନ୍ ଓଡିଶା ସେସନରେ ଆଲୋଚନା କରାଯାଇଥିଲା।

ମହିଳା ଉଦ୍ୟମଶୀଳତା (Women Entrepreneurship) ଓ ଷ୍ଟାର୍ଟଅପ୍ ଓଡିଶା ଆଦି ସମ୍ପର୍କିତ ପ୍ୟାନେଲ ଡିସ୍କସନରେ ଅଭିନବ ଓ ସମାବେଶୀ (Innovation and Inclusivity) ଚିନ୍ତାଧାରା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ନବୀକରଣୀୟ ଶକ୍ତି, ସର୍କୁଲାର ଇକୋନମି ଓ ଗ୍ରୀନ ଟେକ୍ନୋଲୋଜି ଆଦି ଆଲୋଚନାରେ ଚିରନ୍ତନ ବିକାଶ (Sustainable Development) ପାଇଁ ଓଡିଶାର ପ୍ରତିବଦ୍ଧତା ପ୍ରତିଫଳିତ ହୋଇଥିଲା। 2036 ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ 2047 ସୁଦ୍ଧା ବିକଶିତ ଭାରତକୁ ଓଡିଶାର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ଆମେ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧତାର ସହ କାମ କରୁଛୁ ଓ ଆଗାମୀ ଦିନରେ ମଧ୍ୟ ଏଥିପାଇଁ ଉଦ୍ୟମ ଜାରି ରହିବ।

ଏହି କନକ୍ଲେଭର ସଫଳତା ପାଇଁ ଶିଳ୍ପ ବିଭାଗ, ଇପିକଲ, ଇଡକୋ, ସି.ଆଇ.ଆଇ, ପିଡବ୍ଲୁସି ପରି ବିଭିନ୍ନ ସଂସ୍ଥା ଦ୍ୱାରା ଯୋଜନାବଦ୍ଧ ଭାବେ ପରିଶ୍ରମ କରିଛନ୍ତି। ସେମାନଙ୍କୁ ସେ ଧନ୍ୟବାଦ ଦେଇଛନ୍ତି । ଏହି ଦୁଇ ଦିନର କାର୍ଯ୍ୟକ୍ରମ ଗଣମାଧ୍ୟମ ଜରିଆରେ ଉତ୍କର୍ଷ ଓଡିଶାର ସମ୍ବାଦ ସମସ୍ତଙ୍କ ପାଖରେ ପହଞ୍ଚି ପାରିଛି। ଏଥିପାଇଁ ସେ ଗଣମାଧ୍ୟମ ସଂସ୍ଥା ଓ ଏଥିରେ କାମ କରୁଥିବା ସାମ୍ବାଦିକ ବନ୍ଧୁମାନଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।
ଉତ୍କର୍ଷ ଓଡ଼ିଶା- ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ର ପ୍ରଦର୍ଶନୀ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

by ସଂକ୍ଷିପ୍ତ ଖବର
June 2, 2026

ଭୁବନେଶ୍ୱର:୧/୬-ଆସନ୍ତା ୩ ତାରିଖରୁ ୫ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପୁରୀଠାରେ ଅନୁଷ୍ଠିତ ହେବ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଷୟିକ ବୈଠକ। ଏପରି...

Read more

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

ରାଜ୍ୟ ସଂଗ୍ରହାଳୟରେ ଇଣ୍ଟର୍ନସିପ୍ କରୁଛନ୍ତି ୨୦୦ ଛାତ୍ରଛାତ୍ରୀ

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com