• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ସୁନ୍ଦରଗଡ଼ ଖଣି ଦୁର୍ନୀତିର ତଦନ୍ତ କରିବ ଭିଜିଲାନ୍ସ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୨୩/୫-ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ୍ ଖଣି ଉତ୍ତୋଳନ ଓ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିନିମନ୍ତେ ଭିଜିଲାନ୍‍ସ ପକ୍ଷରୁ ଏକ SIT ଗଠନ କରାଯାଇଛି।

ପୂର୍ବରୁ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଭାଗୀୟ ଅଧିକାରୀ ମାନଙ୍କ ସହ ଉକ୍ତ ବେଆଇନ ଖଣି ଉତ୍ତୋଳନ ସ୍ଥାନକୁ ଗସ୍ତ କରି ରିପୋର୍ଟ ସଂଗ୍ରହ କରିବା ସହ ଏଥି ନେଇ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଦୁର୍ନୀତି ବିରୋଧରେ ବିଶେଷକରି ଖଣିଦୁର୍ନୀତି ସମ୍ପର୍କରେ ସବୁବେଳେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଆସିଛନ୍ତି । ଖଣି ଦୁର୍ନୀତିର ମୁଳୋତ୍ପାଟନ କରାଯିବ ବୋଲି ସେ ବାରମ୍ୱାର କହି ଆସିଛନ୍ତି । ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରି ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ର ଏହି ଖଣି ଦୁର୍ନୀତିର ପର୍ଦ୍ଦାଫାସ କରିବା ପାଇଁ ଭିଜିଲାନସକୁ ନିର୍ଦ୍ଦେଶ ଦେଇଛନ୍ତି ।

ଦୋଷୀ ଯେ କେହିବି ହୋଇ ଥାନ୍ତୁ ନା କାହିଁକି ସମସ୍ତଙ୍କୁ ଖୋଜି ବାହାର କରାଯିବା ସହିତ ଆଇନ ଅନୁସାରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଇସ୍ପାତ ଓ ଖଣି ମନ୍ତ୍ରୀ କହିଛନ୍ତି I ସୂଚନାଯୋଗ୍ୟ ଯେ ସୁନ୍ଦରଗଡ ଜିଲ୍ଲା ହେମଗିରି ତହସିଲରେ ୨୨ଟି ଖଣିରୁ ବେଆଇନ ଭାବେ ୯୮୪୩ ମେଟ୍ରିକ ଟନ୍‍ରୁ ଉର୍ଦ୍ଧ୍ୱ ପରିମାଣର କୋଇଲା ଉତ୍ତୋଳନ କରାଯାଇଥିବା ନଜରକୁ ଆସିଛି। ଯାହାର ଆନୁମାନିକ ମୁଲ୍ୟ ୨ କୋଟି ଟଙ୍କାରୁ ଅଧିକ ହେବ। ଏହି ଖଣିଗୁଡ଼ିକ ମଧ୍ୟରୁ ୧୪ଟି ଖଣି ଗୋପାଳପୁର ଗ୍ରାମରେ, ୩ଟି ରତ୍ନସୋରା ଗ୍ରାମରେ ଏବଂ ୫ଟି ଭୋଗରାକଚର ଗ୍ରାମରେ ଅବସ୍ଥିତ । ଏଗୁଡ଼ିକ ମୁଖ୍ୟତଃ ଜଙ୍ଗଲ କିସମର ଜମି। ଏଥିସହିତ ହେମଗିରିର ଜାମଖାନି ସରଂକ୍ଷିତ ଜଙ୍ଗଲ ଏବଂ ଭୋଗରାକଚର ଗ୍ରାମରେ ବେଆଇନ ଭାବେ କୋଇଲା ଗଚ୍ଛିତ କରାଯିବାର ସୂଚନା ମିଳିଛି ।

ସେହିପରି କୋଇଡା ତହସିଲ ଅନ୍ତର୍ଗତ ମାଲଦା, ପଟାବେଡ଼ା ସାନପୁଟୁଳି, କୋଲମଙ୍ଗ ଏବଂ ରୁସିବେଣୁଆ ଠାରେ ୫୦ଟି ବେଆଇନ ମାଙ୍ଗାନିଜ୍‍ ଏବଂ ଲୌହ ଉତ୍ତୋଳନ ଖଣିରୁ ବେଆଇନ ଭାବେ ମାଙ୍ଗାନିଜ୍‍ ଓ ଲୁହା ପଥର ଉତ୍ତୋଳନ କରାଯାଉଥିବାର ନଜରକୁ ଆସିଛି। ଏହି ୫୦ଟି ଖଣି ମଧ୍ୟରୁ ୧୬ଟି ପଟାବେଡା ଗ୍ରାମରେ, ୧୦ଟି ମାଲଦା ଗ୍ରାମରେ, ୨୦ଟି କୋଲମଙ୍ଗ ଗ୍ରାମରେ ଏବଂ ଅବଶିଷ୍ଟ ୪ଟି ସାନପୁଟୁଳି ଓ ରୁସିବେଣୁଆ ଗ୍ରାମରେ । ଏସବୁ ଖଣି ଗୁଡ଼ିକରୁ ୨୦ ହଜାର ମେଟ୍ରିକ ଟନରୁ ଉର୍ଦ୍ଧ୍ୱ ମାଙ୍ଗାନିଜ ଓର୍‍ ଏବଂ ୧୨୦୦ ମେଟ୍ରିକ ଟନ୍‍ରୁ ଉର୍ଦ୍ଧ୍ୱ ପରିମାଣର ଆଇରନ ଓର୍‍ ବେଆଇନ ଭାବେ ଉତ୍ତୋଳନ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୭ କୋଟିରୁ ଅଧିକ ଟଙ୍କା ହେବ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com